ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା ସମୟ ସୀମା ବୃଦ୍ଧି

ଭୁବନେଶ୍ୱର, ୨୪/୧୧: ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା ସମୟ ସୀମା ବୃଦ୍ଧି ପାଇଛି। ଆସନ୍ତା ମାର୍ଚ୍ଚ ପର୍ଯ୍ୟନ୍ତ ବୃଦ୍ଧି ହେବ ଯୋଜନା। PMGKAY ସମୟ ସୀମା ବୃଦ୍ଧି ପ୍ରସ୍ତାବକୁ କେନ୍ଦ୍ର କ୍ୟାବିନେଟ୍‌ର ଅନୁମୋଦନ ହୋଇଛି।

ସୂଚନାଯୋଗ୍ୟ ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖି ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀଙ୍କୁ ଆଉ ୮ ମାସ ପାଇଁ ଚାଉଳ ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁରୋଧ କରିଥିଲେ। କରୋନା ମହାମାରୀ ସମୟରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାରେ ୭ ମାସ ପାଇଁ ଚାଉଳ ଯୋଗାଇ ଦେଇଥିଲେ କେନ୍ଦ୍ର ସରକାର । ଚଳିତବର୍ଷ ମେ’ରୁ ନଭେମ୍ବର ପର୍ଯ୍ୟନ୍ତ ଚାଉଳ ଯୋଗାଣକୁ ବୃଦ୍ଧି କରାଯାଇଥିଲା , ଯାହାର ସମୟସୀମା ଏବେ ସରିବାକୁ ଯାଉଥିଲା । ଏହାରିମଧ୍ୟରେ ରାଜ୍ୟରେ ଏବେ କରୋନା ସଂକ୍ରମଣ କମିଥିଲେ ମଧ୍ୟ ବିପଦ ଏଯାଏଁ ମଧ୍ୟ ସମ୍ପୂର୍ଣ୍ଣ ଟଳିନି । କରୋନାର ପ୍ରଭାବ କମିନଥିବାରୁ ଆଉ ୮ ମାସ ଯାଏଁ ଏହି ଯୋଜନାରେ ଗରିବ ହିତାଧିକାରୀଙ୍କୁ ଚାଉଳ ଯୋଗାଣ ପାଇଁ ଚିଠି ମାଧ୍ୟମରେ ଅନୁରୋଧ କରିଥିଲେ ମୁଖ୍ୟମନ୍ତ୍ରୀ ।