ଭିଜିଲାନ୍ସ ଜାଲରେ ପୋଲିସ କନେଷ୍ଟବଳ

ଭୁବନେଶ୍ୱର, ୨୯/୧୧:  ବ୍ରହ୍ମପୁରର ପୋଲିସ କନେଷ୍ଟବଳ ସୁଦର୍ଶନ ପ୍ରଧାନଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କର ଗଞ୍ଜାମରେ ଥିବା ୩ଟି ସ୍ଥାନରେ ଚଢାଉ ଜାରି ରହିଛିି । ଏହି ଚଢ଼ାଉରେ ଜଣେ ଏସପି, ଦୁଇ ଜଣ ଡିଏସପି, ୫ ଜଣ ଇନ୍ସପେକ୍ଟର ଏବଂ ଅନ୍ୟ କର୍ମଚାରୀମାନେ ସାମିଲ ଅଛନ୍ତି । ବ୍ରହ୍ମପୁରର ଲୋଚାପଡା, ମେନ୍ ରୋଡଠାରେ ତିନି ମହଲା ବିଶିଷ୍ଟ ଆବାସିକ କୋଠା, ନିମାଖଣ୍ଡୀରେ ଅବସ୍ଥିତ କୋଠା ଏବଂ ଭଞ୍ଜନଗର ଥାନା ଅନ୍ତର୍ଗତ ଗାମୁଣ୍ଡି ଗାଁରେ ଥିବା ପୈତୃକ ଘରେ ଚଢ଼ାଉ କରୁଛନ୍ତି । ଏବେ ସୁଦ୍ଧା କନେଷ୍ଟବଳ ସୁଦର୍ଶନ ପ୍ରଧାନଙ୍କ ଘରୁ ନଗଦ ୫ ଲକ୍ଷ ୧୬ ହଜାର ୮୮୦ ଟଙ୍କା ଜବତ ହୋଇଛି।