ଆସନ୍ତାକାଲି ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର,୨୩/୦୩: ଆସନ୍ତାକାଲି ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତିଙ୍କ ନୟାଗଡ଼ର କଣ୍ଟିଲୋ ନୀଳମାଧବଙ୍କୁ ଦର୍ଶନ କରିବେ। ରାଷ୍ଟ୍ରପତି ପ୍ରଥମେ ସ୍ୱତନ୍ତ୍ର ବିମାନରେ କଣ୍ଟିଲୋ ପଲଟନ ପଡ଼ିଆରେ ଅବତରଣ କରି ସ୍ୱତନ୍ତ୍ର ସୁରକ୍ଷା ମଧ୍ୟରେ କାର୍ ଯୋଗେ ନୀଳମାଧବଙ୍କ ଦର୍ଶନ ପାଇଁ ଯିବେ। ଏହାପରେ କାଳିଆପଲ୍ଲୀ ଗ୍ରାମରରେ ଶବର ରାଜା ବିଶ୍ବାବସୁଙ୍କ ପୀଠ ପରିଦର୍ଶନ କରିବା ସହ ବିଶ୍ବଶାନ୍ତି ମହାଯଜ୍ଞର ପୂର୍ଣ୍ଣାହୁତି କାର୍ଯ୍ୟକ୍ରମରେ ଯୋଗଦେବେ। ଶେଷରେ ବିଶ୍ବାବସୁ ଶବର ସମାଜ ଦ୍ବାରା ଆୟୋଜିତ ସାଧାରଣ ସଭାରେ ଯୋଗଦେବେ।ରାଷ୍ଟ୍ରପତିଙ୍କ ନୟାଗଡ଼ ଜିଲ୍ଲା ଗସ୍ତ ପୂର୍ବରୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜୋରଦାର ପ୍ରସ୍ତୁତି ଚାଲିଛି । ନୟାଗଡ଼ ଜିଲ୍ଲାପାଳ ସମସ୍ତ ବିଭାଗର ଉଚ୍ଚ ଅଧିକାରୀଙ୍କୁ ନେଇ ସମୀକ୍ଷା କରିଛନ୍ତି। ନୟାଗଡ଼ ଜିଲ୍ଲାକୁ ରାଷ୍ଟ୍ରପତିଙ୍କର ଏହା ପ୍ରଥମ ଗସ୍ତ ହୋଇଥିବାରୁ ସ୍ଥାନୀୟ ଅଞ୍ଚଳରେ ଖୁବ୍ ଉତ୍ସାହର ମାହୋଲ ରହିଛି।

Leave a Reply

Your email address will not be published. Required fields are marked *