୨୦୨୫-୨୬ ଶିକ୍ଷାବର୍ଷରୁ ସମସ୍ତ ପ୍ରାଥମିକ ସ୍କୁଲରେ ଖୋଲିବ ଶିଶୁବାଟିକା

ଭୁବନେଶ୍ୱର,୨୦/୦୧: ଜାତୀୟ ଶିକ୍ଷା ନୀତି-୨୦୨୦କୁ କାର୍ଯ୍ୟକାରୀ କରିବା ପାଇଁ ରାଜ୍ୟ ସରକାର ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଭାଗ ପକ୍ଷରୁ ଏଥିରେ କୁହାଯାଇଛି ଯେ, ପିଲାମାନଙ୍କର ବୟସ ୬ବର୍ଷ ହୋଇନଥିଲେ ଏଣିକି ପ୍ରଥମ ଶ୍ରେଣୀରେ ନାମ ଲେଖାଇବାକୁ ଅନୁମତି ମିଳିବ ନାହିଁ। ଶିକ୍ଷାବର୍ଷ ୨୦୨୫-୨୬ ମସିହାରୁ ରାଜ୍ୟରେ ଏହି ନୂଆ ନିୟମ ଲାଗୁ ହେବ। ଶିକ୍ଷାବର୍ଷର ସେପ୍ଟେମ୍ବର ପହିଲା ସୁଦ୍ଧା ପିଲାର ବୟସ ୬ବର୍ଷରୁ ଊର୍ଦ୍ଧ୍ବ ହେବା ଆବଶ୍ୟକ। ୨୦୨୫-୨୬ ଶିକ୍ଷାବର୍ଷରୁ ସମସ୍ତ ପ୍ରାଥମିକ ସ୍କୁଲରେ ଅତିରିକ୍ତ ପ୍ରି ସ୍କୁଲ ଶ୍ରେଣୀ ଖୋଲିବ, ଯାହାକି ‘ଶିଶୁବାଟିକା’ ନାମରେ ନାମିତ ହେବ ଓ ସେଠାରେ ୫-୬ବର୍ଷ ବୟସର ପିଲାମାନେ ନାମଲେଖାଇ ପାରିବେ।

Leave a Reply

Your email address will not be published. Required fields are marked *