ପ୍ରଧାନମନ୍ତ୍ରୀଙ୍କ ଘୋଷଣା, ଅଗଷ୍ଟ ୧୪କୁ ବିଭାଜନ ବିଭୀଷିକା ସ୍ମୃତି ଦିବସ ଭାବେ ହେବ ପାଳନ

ନୂଆଦିଲ୍ଲୀ,୧୪/୮: ଅଗଷ୍ଟ ୧୪କୁ ବିଭାଜନ ବିଭୀଷିକା ସ୍ମୃତି ଦିବସ ଭାବେ ପାଳନ କରାଯିବ। ଏନେଇ  ଆଜି ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସେ ଟୁଇଟ କରି ଏହା ମଧ୍ୟ କହିଛନ୍ତି ଯେ ଦେଶର ବିଭାଜନର ଯନ୍ତ୍ରଣା କେବେ ବି ଭୁଲିହେବ ନାହିଁ | ଘୃଣା ଏବଂ ହିଂସା ଯୋଗୁ ଲକ୍ଷ ଲକ୍ଷ ଲୋକ ବିସ୍ଥାପିତ ହୋଇଥିଲେ ଏବଂ ପ୍ରାଣ ମଧ୍ୟ ହରାଇଥିଲେ। ସେହି ଲୋକଙ୍କ ସଂଗ୍ରାମ ଏବଂ ବଳିଦାନକୁ ସ୍ମରଣ କରି ଅଗଷ୍ଟ ୧୪କୁ ‘ବିଭାଜନ ବିଭୀଷିକା ସ୍ମୃତି ଦିବସ’ ଭାବରେ ପାଳନ କରିବାକୁ ନିଷ୍ପତ୍ତି ନିଆଯାଇଛି। ଉଲ୍ଲେଖଯୋଗ୍ୟ ଯେ ଅଗଷ୍ଟ ୧୪, ୧୯୪୭ ରେ ଭାରତ ଏବଂ ପାକିସ୍ତାନ ବିଭାଜିତ ହୋଇଥିଲେ।