ଭାରତୀୟ ନୌସେନାର ୮ ଜଣ ପୂର୍ବତନ ଯବାନଙ୍କୁ ମୁକ୍ତ କଲା କତାର

ନୂଆଦିଲ୍ଲୀ,୧୨/୦୨: ଗୁଇନ୍ଦାଗିରି ମାମଲାରେ ଭାରତୀୟ ନୌସେନାର ୮ ଜଣ ପୂର୍ବତନ ଯବାନଙ୍କୁ ମୁକ୍ତ କରିଛି କତାର । ଆଜି ସକାଳେ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଏକ ବିବୃତ୍ତିି ଜାରି କରି ଏହି ଘଟଣାକୁ ସ୍ୱାଗତ କରିଛି । ଏହାସହ କହିଛି ଯେ ଅଲ୍ ଦହରା ଗ୍ଲୋବାଲ କମ୍ପାନିରେ କାମ କରୁଥିବା ଭାରତୀୟ ନୌସେନାର ୮ ଜଣ ପୂର୍ବତନ କର୍ମଚାରୀଙ୍କ ମଧ୍ୟରୁ ୭ ଜଣ କତାରରୁ ଭାରତ ଫେରିଛନ୍ତି । ଗତ ବର୍ଷ ଡିସେମ୍ବରରେ କତାରର ଏକ ଅଦାଲତ ଅଲ୍ ଦହରା ଗ୍ଲୋବାଲ ମାମଲାରେ ଗିରଫ ହୋଇଥିବା ଭାରତୀୟ ନୌସେନାର ୮ ଜଣ ଯବାନଙ୍କ ମୃତ୍ୟୁଦଣ୍ଡକୁ ପ୍ରତ୍ୟାହାର କରିଥିଲା । ଫାଶୀ ଦଣ୍ଡାଦେଶକୁ ଜେଲ ଦଣ୍ଡରେ ପରିଣତ କରାଯାଇଥିଲା । କତାର ଇଣ୍ଟେଲିଜେନ୍ସି ଏଜେନ୍ସି ଷ୍ଟେଟ୍ ସିକ୍ୟୁରିଟି ବ୍ୟୁରୋ ଭାରତୀୟ ନୌସେନାର ୮ ପୂର୍ବତନ ଅଧିକାରୀଙ୍କୁ ୨୦୨୨ ଅଗଷ୍ଟ ୩୦ରେ ପୁଣି ଗିରଫ କରିଥିଲା । ପରେ କତାର କୋର୍ଟଙ୍କୁ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଥିଲେ ।