ଆରପାରିରେ ପଦ୍ମ ବିଭୂଷଣ ରଘୁନାଥ ମହାପାତ୍ର

ଭୁବନେଶ୍ୱର, ୯/୫: ରାଜ୍ୟସଭା ସାଂସଦ ରଘୁନାଥ ମହାପାତ୍ରଙ୍କ ଆଜି ପରଲୋକ ଘଟିଛି। ସାଂସଦ ତଥା ବିଶିଷ୍ଟ ଭାସ୍କର୍ଯ୍ୟ ଶିଳ୍ପୀ ଥିଲେ ରଘୁନାଥ ମହାପାତ୍ର । କରୋନାରେ ଆକ୍ରାନ୍ତ ହୋଇ ଭୁବନେଶ୍ବର AIIMSରେ ସେ ଚିକିତ୍ସାଧୀନ ଥିଲେ । ପଦ୍ମଶ୍ରୀ, ପଦ୍ମଭୂଷଣ ଓ ପଦ୍ମ ବିଭୂଷଣରେ ସମ୍ମାନିତ ହୋଇଥିଲେ ରଘୁନାଥ ।

ସାଂସଦ ତଥା ଶିଳ୍ପୀ ରଘୁନାଥ ମହାପାତ୍ରଙ୍କ ବିୟୋଗ ପରେ ଶୋକପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତାଙ୍କର ଅମର ଆତ୍ମାର ସଦଗତି କାମନା କରିଛନ୍ତି। ଏହାସହ ଶୋକସନ୍ତପ ପରିବାର ପ୍ରତି ସେ ସମବେଦନା ଜଣାଇଛନ୍ତି।