ସଂସଦ ସଦସ୍ୟତା ହରାଇଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୨୪/୩:  ରାହୁଲ ଗାନ୍ଧୀ ଓ କଂଗ୍ରେସ ଦଳକୁ ଲାଗିଛି ବଡ଼ ଝଟ୍‌କା। ଲୋକସଭା ସଦସ୍ୟତାରୁ ଅଯୋଗ୍ୟ ଘୋଷିତ ହୋଇଛନ୍ତି କଂଗ୍ରେସ ଦଳର ପୂର୍ବତନ ସଭାପତି। ରାହୁଲ ଗାନ୍ଧୀ ୨୦୧୯ ମସିହାର ଅପରାଧିକ ମାନହାନୀ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ୨ ବର୍ଷ ଜେଲଦଣ୍ଡରେ ଦଣ୍ଡିତହେବା ଯୋଗୁ  ଲୋକସଭା ସଦସ୍ୟତା ହରାଇଛନ୍ତି ବୋଲି ଲୋକସଭା ସଚିବାଳୟ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।

ସୂଚନାଯୋଗ୍ୟ ଯେ କେରଳର ୱାୟାନାଡ ସଂସଦୀୟ ବିଧାନସଭା ନିର୍ବାଚନମଣ୍ଡଳୀରୁ ପ୍ରତିନିଧିତ୍ୱ କରୁଥିବା ଲୋକସଭା ସଦସ୍ୟ ରାହୁଲ ଗାନ୍ଧୀ ଗତକାଲି ଦୋଷୀ ସାବ୍ୟସ୍ତ ହେବା ପରେ ଆଜି ଲୋକସଭା ସଚିବାଳୟ ପକ୍ଷରୁ ଏହି ବିଜ୍ଞପ୍ତି ଜାରି କରାଯାଇ ତାଙ୍କୁ ଅଯୋଗ୍ୟ ଘୋଷଣା କରାଯାଇଛି।