ଆରମ୍ଭ ହେଲା ଚତୁର୍ଥ ବନ୍ଦେ ଭାରତ ଏକ୍ସପ୍ରେସ

ନୂଆଦିଲ୍ଲୀ,୧୩/୧୦: ଆରମ୍ଭ ହେଲା ଚତୁର୍ଥ ବନ୍ଦେ ଭାରତ ଏକ୍ସପ୍ରେସ । ହିମାଚଳ ପ୍ରଦେଶର ଉନା ରେଳ ଷ୍ଟେସନରୁ ସବୁଜ ପତାକା ଦେଖାଇ ଏହାର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମାଦୀ । ଶୁଭାରମ୍ଭ ବେଳେ ପ୍ରଧାନମନ୍ତ୍ରୀଙ୍କ ସହ ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ଜୟରାମ ଠାକୁର, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏବଂ କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ମଧ୍ୟ ଉପସ୍ଥିତ ଥିଲେ । ଏହା ହେଉଛି ହିମାଚଳ ପ୍ରଦେଶରୁ ଚାଲୁଥିବା ପ୍ରଥମ ବନ୍ଦେ ଭାରତ ଏକ୍ସପ୍ରେସ । ଏହି ଟ୍ରେନ ହିମାଚଳ ପ୍ରଦେଶର ଅମ୍ବ ଅଦୌରାରୁ ଦିଲ୍ଲୀ ଯାଏଁ ଚାଲିବ ।