ଆରପାରିରେ ଓଡିଆ ଚଳଚ୍ଚିତ୍ର ଅଭିନେତା ରାଇମୋହନ

ଭୁବନେଶ୍ୱର,୨୪/୦୬: ଓଡିଆ ଚଳଚ୍ଚିତ୍ର ଅଭିନେତା ରାଇମୋହନଙ୍କ ଦେହାନ୍ତ ଘଟିଛି । ରାଇମୋହନ ପରିଡା ଆତ୍ମହତ୍ୟା କରିଥିବା ସୂଚନା ମିଳିଛି । ପାରିବାରିକ କଳହରୁ ଭୁବନେଶ୍ୱର ପ୍ରାଚୀ ବିହାର ସ୍ଥିତ ନିଜ ଘରେ ଆତ୍ମହତ୍ୟା କରିଥିବା ସୂଚନା ରହିଛି । ତାଙ୍କର ପ୍ରଥମ ଓଡିଆ ଫିଲ୍ମ ହେଉଛି ପକା କମ୍ବଳ ପୋତ ଛତା । ସେଥିରେ ସେ ଖଳନାୟକ ଭୂମିକାରେ ଅଭିନୟ କରିଥିଲେ । ଏହା ପରେ ୧୯୯୨ ମସିହାରେ ସାଗର ଭୂମିକାରେ ଅଭିନୟ କରିଥିଲେ । ଏହିପରି ୧୦୦ ରୁ ଉର୍ଦ୍ଧ ଓଡିଆ ଫିଲ୍ମ ରେ ସେ ଅଭିନୟ କରିଛନ୍ତି । ଅଲିଉଡ ର ଶ୍ରେଷ୍ଟ ଖଳନାୟକ ଭାବେ ମଧ୍ୟ ସେ ପରିଚିତ । ୨୦୦୨ ମସିହାରେ ସେ ଓଡିଆ ଫିଲ୍ମ ଛାଡି ଯାତ୍ରାରେ ଅଭିନୟ ଆରମ୍ଭ କରିଥିଲେ । ସେ ଓଡିଆ ଯାତ୍ରା ଓ ଫିଲ୍ମ ସହ କିଛି ହିନ୍ଦୀ ଫିଲ୍ମ ରେ ମଧ୍ୟ ଅଭିନୟ କରିଛନ୍ତି । ଓଡିଆ ଯାତ୍ରା ଜଗତରେ ସେ ବେଶ ସୁନାମ ଅର୍ଜନ କରିଛନ୍ତି ।

ଓଡିଶାର ଖଳନାୟକ ଭାବେ ପରିଚିତ ରାଇମୋହନ ପରିଡା । ତାଙ୍କର ଜନ୍ମ ୧୯୬୩ ମସିହାରେ । ତାଙ୍କର ଜନ୍ମ ସ୍ଥାନ ହେଉଛି କେଉଁଝର ର ଉଦୟପୁର ଗ୍ରାମରେ । ସେ ଚାରି ଝିଅ ରେ ଗୋଟିଏ ପୁଅ ଥିଲେ ।