ରାଜ୍ୟର ୭ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା!

ଭୁବନେଶ୍ୱର,୧୦/୧୨: ତାମିଲନାଡୁର ମାମଲ୍ଲାପୁରମ୍ ନିକଟରେ ବାତ୍ୟା ‘ମାଣ୍ଡୋସ୍‌’ ସ୍ଥଳଭାଗ ଛୁଇଁଥିଲା। ପ୍ରାୟ ୧ ଘଣ୍ଟା ଧରି ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଚାଲିଥିଲା। ଲ୍ୟାଣ୍ଡଫଲ୍ ପରେ ଏହା ଗଭୀର ଅବପାତରେ ପରିଣତ ହୋଇଛି। ଆଗକୁ ଏହା ଆହୁରି ଦୁର୍ବଳ ହେବ।ସେପଟେ ଆଜି ଓଡ଼ିଶାର କିଛି ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା ରହିଛି। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, କଳାହାଣ୍ଡି ଏବଂ କନ୍ଧମାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ସ୍ୱଳ୍ପ ବର୍ଷା ହୋଇପାରେ। ବାକି ଅଞ୍ଚଳରେ ପାଗ ଶୁଖିଲା ରହିବା ନେଇ ପାଣିପାଗ ବିଭାଗ ଆକଳନ କରିଛି। ଆସନ୍ତାକାଲିଠୁ ୧୩ ଡିସେମ୍ବର ପର୍ଯ୍ୟନ୍ତ ସାରା ରାଜ୍ୟରେ ପାଗ ଶୁଖିଲା ରହିବ। ଏଥିସହ ଆସନ୍ତା ଦୁଇରୁ ୩ ଦିନ ମଧ୍ୟରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ସର୍ବନିମ୍ନ ତାପମାତ୍ରା ବଢ଼ିପାରେ।