ଲଘୁଚାପ ସକ୍ରିୟ, ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ଚ୍ଛେଚିବ

ଭୁବନେଶ୍ୱର,୧୪/୦୯: ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହୋଇ ଆସନ୍ତା ୩ ଦିନ ମଧ୍ୟରେ ଦକ୍ଷିଣ ଓଡ଼ିଶା ଓ ଦକ୍ଷିଣ ଛତିଶଗଡ଼ ଦେଇ ଗତି କରିବାର ସମ୍ଭାବନା ରହିଛି। ଫଳରେ ଆସନ୍ତା ୩ ଦିନ ମଧ୍ୟରେ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଗତକାଲି ରାତିରୁ ତୁହାକୁ ତୁହା ବର୍ଷା ଜାରି ରହିଛି। ରାଜଧାନୀ ଭୁବନେଶ୍ବର ଓ କଟକରେ ବର୍ଷା ଚାଲିଛି। ସେହିପରି ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଯାଜପୁର, ବାଲେଶ୍ୱର, ଭଦ୍ରକ, କୋରାପୁଟ. ସମ୍ବଲପୁର, ବଲାଙ୍ଗୀର, ସୋନପୁର ଆଦି ଜିଲ୍ଲାରେ ବର୍ଷା ଲାଗି ରହିଛି । ସକ୍ରିୟ ଲଘୁଚାପ ପ୍ରଭାବରେ ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବ । ତେବେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୫ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ସମ୍ବଲପୁର, ନୟାଗଡ଼, କଟକ, ଅନୁଗୁଳ ଓ ଗଞ୍ଜାମ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ଦେବଗଡ଼, ଝାରସୁଗୁଡ଼ା, ଗଜପତି, ରାୟଗଡ଼ା, କୋରାପୁଟ ଓ ଢେଙ୍କାନାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।