୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା!

ଭୁବନେଶ୍ୱର,୧/୬: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଗଜପତି, ଗଂଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ବରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।