ଆସନ୍ତା ୫ ଦିନ ମଧ୍ୟରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା !

ଭୁବନେଶ୍ୱର,୧୨/୦୯: ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଫଳରେ ଆସନ୍ତା ୫ ଦିନ ମଧ୍ୟରେ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଏଥିସହ ଆସନ୍ତା ଦୁଇ ଦିନ ମଧ୍ୟରେ ବଜ୍ରପାତ ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶା, ଆଭ୍ୟନ୍ତରୀଣ ଓଡ଼ିଶା, ଉତ୍ତର ଓ ପଶ୍ଚିମ ଓଡ଼ିଶାର ଜିଲ୍ଲାଗୁଡ଼ିକର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ବଜ୍ରପାତ ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ସୋନପୁର, ବୌଦ୍ଧ, କନ୍ଧମାଳ, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କଟକ, ଜଗତସିଂହପୁର, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା ଓ ଯାଜପୁର, ଜିଲ୍ଲାର କେତେକ ସ୍ଥାନରେ ବଜ୍ରପାତ ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।