ରାଜ୍ୟରେ ଆସନ୍ତା ୨ ତାରିଖରୁ ପୁଣି ବର୍ଷା !

ଭୁବନେଶ୍ୱର,୨୮/୧୦ : ଆସନ୍ତା ୨ ତାରିଖରୁ ପୁଣି ରାଜ୍ୟରେ ଲଘୁଚାପ ଜନିତ ବର୍ଷା ହେବା ନେଇ ଆଶଙ୍କା ରହିଛି। ଆସନ୍ତା ୩୦ ତାରିଖରେ ଦକ୍ଷିଣ ଆଣ୍ଡାମାନ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ । ଆସନ୍ତା ୨ରୁ ୪ ତାରିଖ ମଧ୍ୟରେ ବର୍ଷା ହେବା ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହାର ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବା କାରଣରୁ ମତ୍ସ୍ୟଜୀବୀମାନେ ସମୁଦ୍ର ଭିତରକୁ ନ ଯିବାକୁ ପରାମର୍ଶ ଦେଇଛନ୍ତି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। ତେବେ ଲଘୁଚାପ ସୃଷ୍ଟି ହେବା ପରେ ଏହାର ପ୍ରଭାବ, ତ୍ରୀବତା ଓ ଗତିପଥ ବାବଦରେ ଏବେଠୁ ପୂର୍ବାନୁମାନ କରିହେବନି ବୋଲି ସେ କହିଛନ୍ତି ।

ଅନ୍ୟପଟେ ସମସ୍ତ ସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ସବୁ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ଏସଆରସି ପ୍ରଦୀପ ଜେନା । ଲଘୁଚାପ ପ୍ରଭାବରେ କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଉପକୂଳ ଓଡ଼ିଶା ସମେତ ୬ ଜିଲ୍ଲା ତଥା ଜଗତସିଂହପୁର, କେନ୍ଦ୍ରାପଡ଼ା, କନ୍ଧମାଳ, ମାଲକାନାଗିରି, କୋରାପୁଟ, ଓ ରାୟଗଡ଼ାର କେତେକ ସ୍ଥାନରେ ବର୍ଷା ଆଶଙ୍କା ରହିଛି ।