ରାଜ୍ୟରେ ଆସନ୍ତା ୨୬ ତାରିଖରୁ ଝଡ-ପବନ ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୪/୩: ରାଜ୍ୟରେ ଏବେ ପାଗ ଶୁଖିଲା ରହିଛି। ଏହାରିମଧ୍ୟରେ ଆସୁଛି ଆଉ ଏକ ପଶ୍ଚିମାଝଡ । ଯାହା ପ୍ରଭାବରେ ରାଜ୍ୟରେ ଆସନ୍ତା ୨୬ ତାରିଖରୁ ଝଡ-ପବନ ସହ ବର୍ଷା ହେବ । ୨୬ରୁ ରାଜ୍ୟରେ ପଶ୍ଚିମା ଝଡ-ପ୍ରଭାବରେ ବିଜୁଳି ଘଡଘଡି ସହ ବର୍ଷା ଏବଂ ଝଡ-ପବନ ହେବାର ସମ୍ଭାବନା ରହିଛି । ଏପରିକି ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା ରହିଛି ।

ଆସନ୍ତା ୨୪ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢ଼େଙ୍କାନାଳ, କନ୍ଧମାଳ, ମାଲକାନଗିରି, କୋରାପୁଟ, ରାୟଗଡ଼ାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାର ମଧ୍ୟମ ଧରଣର ବର୍ଷା ହୋଇପାରେ । ସେହିପରି ୨୫ ତାରିଖରେ ଦକ୍ଷିଣ ଓ ଉତର ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।