ଭୁବନେଶ୍ୱର,୩୦/୩: ଆସନ୍ତା ୨ ତାରିଖରୁ ରାଜ୍ୟରେ ପୁଣି ପଶ୍ଚିମା ଝଡ଼ର ପ୍ରଭାବ ରହିବ । ଏହାର ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ । ଏବେ ମଧ୍ୟ ରାଜ୍ୟରେ ଏକ ପଶ୍ଚିମା ଝଡ଼ର ପ୍ରଭାବ ରହିଛି ।
ଆଜି ୧୫ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏସବୁ ଜିଲ୍ଲା ହେଉଛି ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ବଲାଙ୍ଗିର, ସୋନପୁର, ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ ଓ ବାଲେଶ୍ୱର । ଏସବୁ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ବର୍ଷା ସହ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ ।
ସେହିପରି ଆସନ୍ତାକାଲି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୧୧ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଅନୁଗୁଳ, ଢେଙ୍କାନାଳ, କେନ୍ଦ୍ରାପଡ଼ା ଓ କଟକରେ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ ।