ରାଜ୍ୟରେ ଜାରି ରହିବ କାଳବୈଶାଖୀ ବର୍ଷା

ଭୁବନେଶ୍ୱର,୮/୪: ରାଜ୍ୟରେ ଜାରି ରହିବ କାଳବୈଶାଖୀ ବର୍ଷା । ଦିନବେଳା ଟାଣଖରା ଓ ଅପରାହ୍ଣରେ ବର୍ଷା ସମ୍ଭାବନା ରହିଛି। ବିଜୁଳି ଘଡ଼ଘଡ଼ି ସହ ୪୦ରୁ ୫୦ କିମି ବେଗରେ ପବନ ବହିବା ନେଇ ପାଣିପାଗ ବିଭାଗ ଆକଳନ କରିଛି । ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ଅନୁଗୁଳ, ବୌଦ୍ଧ, କନ୍ଧମାଳ ଓ ମୟୂରଭଞ୍ଜ ଜିଲ୍ଲାର କେତେକ ଅଞ୍ଚଳରେ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବା ସହ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ । ସେହିଭଳି ନୂଆପଡ଼ା, ବଲାଙ୍ଗୀର, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବରଗଡ଼, ଢେଙ୍କାନାଳ, ବାଲେଶ୍ବର, ଯାଜପୁର ଓ ଭଦ୍ରକ ଆଦି ଜିଲ୍ଲାର କିଛି କିଛି ସ୍ଥାନରେ ଝଡ଼ବର୍ଷା ହୋଇପାରେ ।