ଭୁବନେଶ୍ୱର,୨୧/୪: ରାଜ୍ୟରେ ଗ୍ରୀଷ୍ମପ୍ରବାହରୁ ମିଳିବ ଆଶ୍ୱସ୍ତି । ଆଜି ଠାରୁ ବିଭିନ୍ନ ରାଜ୍ୟରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିବ । ଏହାର ପ୍ରଭାବରେ ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି । ଏହାସହ ଆଗାମୀ ୩ରୁ ୪ ଦିନ ଯାଏଁ ତାପମାତ୍ରା ହ୍ରାସ ପାଇବ ବୋଲି ମଧ୍ୟ ସୂଚନା ଦେଇଛି ପାଣିପାଗ କେନ୍ଦ୍ର ।
ସେହିପରି ଆଜି ଭୋରରୁ କାଳବୈଶାଖୀର ପ୍ରଭାବ ମଧ୍ୟ ଦେଖିବାକୁ ମିଳିଛି । କଟକ, ଭୁବନେଶ୍ୱର ସମେତ ଆଉ କିଛି ଜିଲ୍ଲାରେ ଥଣ୍ଡା ପବନ ଅନୁଭୂତ ହୋଇଛି । କଟକରେ ଘଡ଼ଘଡ଼ି ସହ ବର୍ଷା ହୋଇଛି । ଗତ କିଛି ଦିନ ଧରି ରାଜ୍ୟରେ ପ୍ରଚଣ୍ଡ ତାତି ଜାରି ରହିଛି । ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରେକର୍ଡ କରାଯାଇଥିଲା ।