ଗରମରୁ ମିଳିଳା ତ୍ରାହି, ୨୬ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୨/୪: ରାଜ୍ୟରେ ଗରମରୁ ମିଳିଳା ତ୍ରାହି ବିଭିନ୍ନ ସ୍ଥାନରେ କାଳବୈଶାଖୀ ଜାରି ରହିଛି । ସେପଟେ ରାଜ୍ୟରେ ୨୬ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଆକଳନ କରିଛି । ୨୬ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡଘଡି ବର୍ଷା ସମ୍ଭାବନା ରହିଛି । ଆଜି ଓ କାଲି ବର୍ଷା ନେଇ ୧୭ ଜିଲ୍ଲାକୁ ୟଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସମୟରେ ୩୦ରୁ ୪୦ କିମି ବେଗରେ ପବନ ବହିପାରେ । କୋରାପୁଟ, ମାଲକାନଗିରି, ରାୟଗଡା, ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁରରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି ।