ରାଜ୍ୟରେ ବର୍ଷା ନେଇ ୯ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର,୨୯/୪: ଆସନ୍ତା ୨ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ । ଆସନ୍ତାକାଲି ପ୍ରବଳ ବର୍ଷା ହେବ । ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଏଥିସହ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି । ଏଣୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ୯ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏଥିସହ ରାଜ୍ୟର ଅବଶିଷ୍ଟ ଜିଲ୍ଲାରେ ୩୦ରୁ ୪୦ କିମି ବେଗରେ ପବନ ବହିବା ସହ ବର୍ଷା ‌ହେବ ।