ଆସନ୍ତା ୫ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩୦/୪: ଆସନ୍ତା ୫ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି। ଆଜି ପାଇଁ ୧୨ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ଆଜି ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର ଓ ବଲାଙ୍ଗିର ଆଦି ଜିଲ୍ଲାର ବିଭିନ୍ନ ସ୍ଥାନରେ ବିଜୁଳି ଓ ଘଡଘଡି ସହ ବର୍ଷା ହେବା ସମ୍ଭାବନା ରହିଛି । ଏହି ସମୟରେ ପବନର ବେଗ ଘଂଟାକୁ ୪୦ରୁ ୫୦ କିମି ବେଗରେ ବହିପାରେ ।ସେହିପରି ନବରଙ୍ଗପୁର, ନୂଆପଡା, ବରଗଡ, ଝାରସୁଗୁଡା, ସୁନ୍ଦରଗଡ ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏଣୁ ଏହି ସବୁ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।