ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା!

ଭୁବନେଶ୍ୱର,୨୧/୦୬: ରାଜ୍ୟରେ ହେଉଥିବା ଅସହ୍ୟ ତାତି ଓ ଗୁଳୁଗୁଳିରୁ ମଳିବ ଆଶ୍ୱସ୍ତି । ରାଜ୍ୟରେ ପ୍ରାକ୍ ମୌସୁମୀ ବର୍ଷା ଆରମ୍ଭ ହୋଇଥିବା ବେଳେ ଆଜିଠୁ ବର୍ଷାର ପରିମାଣ ବଢିବ। ଆଜି ଦକ୍ଷିଣ ଓଡ଼ିଶାର କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ ସହ ମୟୁରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବ ।

ରାଜ୍ୟର ଆଉ କିଛି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ବିଶେଷକରି କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିଭଳି ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, ଝାରସୁଗୁଡ଼ା, ସୋନପୁର ଓ ବୌଦ୍ଧ ଜିଲ୍ଲାରେ ୪୦ରୁ ୫୦ କିମି ବେଗରେ ପବନ ବହିବା ସହ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ହାଲୁକା ବର୍ଷା ସମ୍ଭାବନା ମଧ୍ୟ ରହିଛି।