ରାଜ୍ୟର ୫ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧/୦୭: ରାଜ୍ୟରେ ଏବେ ବି ଜାରି ରହିଛି ଗୁଳୁଗୁଳି। ଏହାରିମଧ୍ୟରେ ରାଜ୍ୟର ୫ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା, କେନ୍ଦୁଝର ଏବଂ ମୟୂରଭଞ୍ଜରେ ବର୍ଷା ସମ୍ଭାବନା ରହିଛି । ସେହିପରି ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି ।ଅନ୍ୟପକ୍ଷରେ ଦୁର୍ବଳ ମୌସୁମୀ ଯୋଗୁଁ ରାଜ୍ୟରେ କମିଛି ବର୍ଷାର ମାତ୍ରା । ହେଲେ ତାପମାତ୍ରା ବଢିଥିବା ବେଳେ ଉଚ୍ଚ ଆର୍ଦ୍ରତା ରହିଛି । ଯାହା ଦ୍ୱାରା ଅସହ୍ୟ ଗୁଳୁଗୁଳି ଅନୁଭୂତ ହେଉଛି । ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ଆର୍ଦ୍ରତା ୭୦ ପ୍ରତିଶତରୁ ଅଧିକ ରହୁଥିବାରୁ ଗୁଳୁଗୁଳି ଅନୁଭୂତ ହେଉଛି । ଦିନ ୧୧ଟା ୩୦ ସୁଦ୍ଧା ପାରାଦୀପରେ ସର୍ବାଧିକ ଆର୍ଦ୍ରତା ୮୧ ପ୍ରତିଶତ ରେକର୍ଡ ହୋଇଛି ।