ଆଜିଠୁ ରାଜ୍ୟରେ ବର୍ଷା ସମ୍ଭାବନା, ୨୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର,୪/୦୭: ରାଜ୍ୟରେ ଅସହ୍ୟ ଗରମକୁ ଗୁଳୁଗୁଳିକୁ ଏବେ ବି ଅନୁଭୂତ ହେଉଛି। ଏହାରିମଧ୍ୟରେ ଆଜିଠୁ ରାଜ୍ୟରେ  ବର୍ଷା ହେବାର ସମ୍ଭାବନା ରହିଛି। ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରର କେନ୍ଦ୍ର ଭାଗ ଉପରେ ଥିବା ଘୂର୍ଣ୍ଣିବଳୟ ଦକ୍ଷିଣ-ପଶ୍ଚିମ ଓ ସଂଲଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଉପରେ ରହିଛି । ଏହାର ପ୍ରଭାବରେ ଆଜି ରାଜ୍ୟର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ବର୍ଷା ପାଇଁ ଆଜି ୨୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସୂଚନା ମୁତାବକ, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ ଯାଜପୁର ଜିଲ୍ଲା‌ରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି ।

୫ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାର କେତେକ ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୬ ତାରିଖରେ କେତେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ କିଛି ସ୍ଥାନରେ ଅତିପ୍ରବଳ ବର୍ଷା ହୋଇପାରେ ।