ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବଢିବ ବର୍ଷାର ପରିମାଣ

ଭୁବନେଶ୍ୱର,୫/୦୭: ରାଜ୍ୟରେ ଗରମ ଗୁଳୁଗୁଳି ଅନୁଭୂତ ହେଉଥିବା ବେଳେ ଆଜି ବର୍ଷା ଜାରି ରହିଛି। ଏହାରିମଧ୍ୟରେ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବଢିବ । ସ୍ୱାଭାବିକ ହେବ ମୌସୁମୀ ବର୍ଷା । ଉପକୂଳ ଓଡିଶାର କିଛି ସ୍ଥାନରେ ଘଡଘଡି ସହ ବର୍ଷା ହେବ। ୧୦ଜିଲ୍ଲାର କିଛି ଅଞ୍ଚଳରେ ବର୍ଷା ଲାଗି ରହିବ । ମୟୂରବଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ ଓ ଗଞ୍ଜାମ ଜିଲ୍ଲାର କିଛି ଅଞ୍ଚଳରେ ବର୍ଷା ଲାଗି ରହିଛି । ଚଳିତ ବର୍ଷ ମୌସୁମୀ ଋତୁରେ ରାଜ୍ୟରେ ୧ ଜୁନ୍‌ରୁ ୪ ଜୁଲାଇ ମଧ୍ୟରେ ୧୭୧.୭ ମିମି ବର୍ଷା ରେକର୍ଡ କରାଯାଇଛି । ଯାହାକି ସ୍ବାଭାବିକ ବର୍ଷା ୨୪୭.୪ ମିମି ତୁଳନାରେ ୩୧% କମ୍‌ ରହିଛି ।