ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା, ୨୦ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର,୬/୦୭: ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ରାଜ୍ୟରେ ବର୍ଷାର ପରିମାଣ ବଢ଼ିବାର ସମ୍ଭାବନା ରହିଛି। ପଶ୍ଚିମ ଓଡ଼ିଶା ତଥା ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାଗୁଡିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ  ସତର୍କ ସୂଚନା ଜାରି କରିଛି।ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପଶ୍ଚିମ ଓଡ଼ିଶାରୁ ଆରମ୍ଭ କରି ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାଗୁଡିକରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, କଟକ, ଢ଼େଙ୍କାନାଳ, ଅନୁଗୁଳ, ଦେବଗଡ଼, ପଶ୍ଚିମ ଓଡ଼ିଶାର ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସୋନପୁର, ବଲାଙ୍ଗୀର, ବୌଦ୍ଧ, ନୂଆପଡ଼ା, କଳାହାଣ୍ଡି, ଦକ୍ଷିଣ ଓଡ଼ିଶାର କନ୍ଧମାଳ, କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରି ପ୍ରଭୃତି ୨୦ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।