ପ୍ରବଳ ବର୍ଷା ନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର,୧୧/୦୭: ରାଜ୍ୟରେ ଆରମ୍ଭ ହୋଇଛି ବର୍ଷା । ଏବେ ମୌସୁମୀ ସକ୍ରିୟ ରହିଛି । ଭୁବନେଶ୍ୱର ଓ କଟକ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା  ହୋଇଛି । ଆଜି ପ୍ରବଳ ବର୍ଷା ନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ଗଜପତି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ, ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ ।