୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୩/୦୭: ବଙ୍ଗୋପସାଗରର ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର ୧୩ଟି ଜିଲ୍ଲାରେ ଘୂର୍ଣ୍ଣିଝଡ଼ ଓ ବଜ୍ରପାତ ସହ ବର୍ଷାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଆଜି ସତର୍କ ସୂଚନାରେ କୁହାଯାଇଛି।

ଏହି ପରିସ୍ଥିତରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ଅନୁଗୁଳ, ଢ଼େଙ୍ଗାନାଳ, କଟକ, ପୁରୀ, ନୟାଗଡ଼, ଖୋର୍ଦ୍ଧା, ବୌଦ୍ଧ, କନ୍ଧମାଳ, ଗ୍ୟଜାମ ଓ ଗଜପତି ପ୍ରଭୃତି ୧୩ଟି ଜିଲ୍ଲାରେ ଘୂର୍ଣ୍ଣିଝଡ଼ ସହ ପ୍ରବଳ ବର୍ଷାର ସମ୍ଭାବନା ରହିଛି।