ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଏହିଭଳି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା !

ଭୁବନେଶ୍ୱର,୧୫/୦୭: ଗତକାଲି ରାତିରୁ ରାଜ୍ୟର ବିଭିନ୍ନ ସ୍ଥାନରେ ଝିପଝିପ ବର୍ଷା ହେବାରେ ଲାଗିଛି । ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବୋଲଶ୍ୱର, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ନବରଙ୍ଗପୁର, ନୂଆପଡ଼ା ଓ ବଲାଙ୍ଗୀର ଆଦି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇଛି । ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଏହିଭଳି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୧୬ ଓ ୧୭ ତାରିଖରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବା ସହ ୧୮ ତାରିଖ ଦିନ ବର୍ଷାର ଆଉ କିଛି ଅଧିକ ଜିଲ୍ଲାକୁ ଛୁଇଁବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

ଉତ୍ତର ଉପକୂଳ ଆନ୍ଧ୍ରପ୍ରେଦଶ ଓ ସଂଲଗ୍ନ ଅଞ୍ଚଳ ଉପେର ଏକ ଘୂର୍ଣ୍ଣିବଳୟ ରହିଛି । ଆସନ୍ତାକାଲି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଫଳେର ଆସନ୍ତାକାଲିଠୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ବରଗଡ଼, କେନ୍ଦୁଝର, ଅନୁଗୁଳ, ବୌଦ୍ଧ ଓ ସମ୍ବଲପୁର ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ସେହିପରି ୧୮ ତାରିଖ ଦିନ ରାଜ୍ୟରେ ବର୍ଷାର ପ୍ରଭାବ ବଢ଼ିବ । ଜଗତସିଂହପୁର, କେନ୍ଦ୍ରାପଡ଼ା, ପୁରୀ, କଟକ ଓ ଢେଙ୍କାନାଳର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହିଭଳି ସେହିଦିନ ବାଲେଶ୍ବର, ଭଦ୍ରକ, ଯାଜପୁର, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ସମ୍ବଲପୁର, ବରଗଡ଼, ବୌଦ୍ଧ, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାର କେତେ କାଂଶରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।