ଆସନ୍ତା ୬ ତାରିଖରେ ଲଘୁଚାପ ସୃଷ୍ଟି ସମ୍ଭାବନା

ଭୁବନେଶ୍ୱର,୩/୪: ରାଜ୍ୟରେ ଏବେ ପ୍ରବଳ ଖରା ସାଙ୍ଗକୁ ତାତି ବଢ଼ିବାରେ ଲାଗିଛି ପୁଣି ଆସୁଛି । ଏବେ ପାଗ ମୁଖ୍ୟତଃ ଶୁଖିଲା ରହିଛି । ଏହାରି ମଧ୍ୟରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ସୂଚନା ଅନୁଯାୟୀ, ଆସନ୍ତା ୬ ତାରିଖ ବେଳକୁ ଦକ୍ଷିଣ ଆଣ୍ଡମାନ ସାଗର ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ବାୟୁମଣ୍ଡଳର ଉପରି ଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ଅଛି। ଏହାର ପ୍ରଭାବରେ ପରବର୍ତୀ ୨୪ଘଣ୍ଟା ମଧ୍ୟରେ ଦକ୍ଷିଣପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ଆଶଙ୍କା ରହିଛି। ଏହାର ପ୍ରଭାବ ଓଡ଼ିଶା ଉପରେ ପଡ଼ିବ କି ନାହିଁ ତାହା ଏଯାଏ ସ୍ପଷ୍ଟ ହୋଇନାହିଁ । ଅନ୍ୟପକ୍ଷରେ ଲଘୁଚାପ ପ୍ରଭାବରେ ଓଡ଼ିଶାରେ ଆଗାମୀ କିଛି ଦିନ ପର୍ଯ୍ୟନ୍ତ ଗ୍ରୀଷ୍ମର ପ୍ରକୋପ ହ୍ରାସ ପାଇବାର ସମ୍ଭାବନା ରହିଛି । କିଛି ଦିନ ତଳେ ଭାରତୀୟ ମହାସାଗର ଓ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିଲା।