ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୫/୦୭: ଲଘୁଚାପ କ୍ଷେତ୍ରରେ ପରିଣତ ହେଲା ବଙ୍ଗୋପସାଗରରେ ସୃଷ୍ଟ ଘୁର୍ଣ୍ଣିବଳୟ । ୨୪ ଘଣ୍ଟା ମଧ୍ୟରେ ଏହା ଅବପାତର ରୂପ ନେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆଜିଠୁ ୨୭ ତାରିଖ ଯାଏଁ ପ୍ରବଳ ବର୍ଷାର ଚେତାବନୀ ଦେଇଛି ପାଣିପାଗ ବିଭାଗ ।ଆଜି ଅତି ପ୍ରବଳ ବର୍ଷା ପାଇଁ ୬ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି ଜିଲ୍ଲାରେ ଅତି ପ୍ରବଳ ବର୍ଷା ହୋଇପାରେ । ସେହିପରି ୯ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । କଟକ, ଖୋର୍ଦ୍ଧା, ଜଗତସିଂହପୁର, ନୟାଗଡ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ବଲାଙ୍ଗୀର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ।