ଗଭୀର ଅବପାତର ରୂପ ନେବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ, ରାଜ୍ୟରେ ପ୍ରବଳ ବର୍ଷିବ

ଆଜି ଗଭୀର ଅବପାତର ରୂପ ନେବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ। ପଶ୍ଚିମ-କେନ୍ଦ୍ରୀୟ ତତ୍‌ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳ ସମୁଦ୍ର ଅଞ୍ଚଳରେ ଏହା ଏକ ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଫଳରେ ରାଜ୍ୟର ଦକ୍ଷିଣ ଜିଲ୍ଲାଗୁଡ଼ିକରେ ବର୍ଷା ଜାରି ରହିଛି । ବିଶେଷ କରି ଗଞ୍ଜାମ, ଗଜପତି, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ‌ହୋଇଥିବା ବେଳେ ପୁରୀ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି , ନବରଙ୍ଗପୁର ଓ ମୟୂରଭଞ୍ଜ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହୋଇଯାଇଛି । ଆଜି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା ଓ କଳାହାଣ୍ଡି ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଏଥିପାଇଁ ଏହିସବୁ ଅଞ୍ଚଳରେ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।