ପ୍ରବଳ ବର୍ଷା ନେଇ ରାଜ୍ୟର ୩ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର,୨୮/୦୭: ମୌସୁମୀ ଲଘୁଚାପ ଏବେ ଦକ୍ଷିଣ-ପୂର୍ବ ଦିଗରେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରକୁ ଗତି କରିଛି ଏବଂ ସମୁଦ୍ର ପତ୍ତନଠାରୁ ୦.୯ କିଲୋମିଟର ପର୍ଯ୍ୟନ୍ତ ବ୍ୟାପିଛି। ଏହାର ପ୍ରଭାବରେ ଓଡ଼ିଶାର କେତେକ ଜିଲ୍ଲାରେ ମୌସୁମୀର ପ୍ରକୋପ ବୃଦ୍ଧି ସହ ଓ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୩ ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହଥିବା ବେଳେ ୧୪ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ରାଜ୍ୟର ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ୱର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ରହିଛ। ସେଥିପାଇଁ ଏହି ୩ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।