ଆହୁରି ୫ଦିନ ବର୍ଷିବ, ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର,୩୦/୦୭: ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ବେଳେ ଏହାର ପ୍ରଭାବରେ ଅଗଷ୍ଟ ୪ ଯାଏଁ ବର୍ଷା ଜାରି ରହିବ । ଏହର ପ୍ରଭାବରେ ଆଜି ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷାର ସମ୍ଭାବନା ରହିଛି । କେନ୍ଦ୍ରାପଡ଼ା, ଜଗତସିଂହପୁର, ଢେଙ୍କାନାଳ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏହି ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ୨୦ଟି ଜିଲ୍ଲାକୁ ୟେଲୋ ୱାଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲା ଗୁଡ଼ିକ ହେଲା ଭଦ୍ରକ, କଟକ, ଯାଜପୁର, ପୁରୀ, ଖୋର୍ଦ୍ଧା, ଅନୁଗୁଳ, ଦେବଗଡ଼, ବାଲେଶ୍ୱର, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସୋନପୁର, ବଲାଙ୍ଗୀର, ବୌଦ୍ଧ, ବରଗଡ଼, କଳାହାଣ୍ଡି ଓ କନ୍ଧମାଳ । ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷର ସମ୍ଭାବନା ରହିଛି । ୪ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଅଂଚଳରେ ବର୍ଷାର ସମ୍ଭାବନା ନେଇ ପାଣିପାଗ ବିଭାଗ କହିଛି ।