୪ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ରେଡ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର,୧/୦୮: ତୀବ୍ର ଅବପାତର ରୂପ ନେଲା ଉତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ । ସୂଚନା ମୁତାବକ ଏହା ଏବେ ଉତର-ପଶ୍ଚିମ ଦିଗରେ ଘଣ୍ଟା ପ୍ରତି ୨୫ କିଲୋମିଟର ବେଗରେ ଗତି କରୁଛି । ଆଜି ସନ୍ଧ୍ୟା ସୁଦ୍ଧା ବାଙ୍ଗଲାଦେଶର ଉପକୂଳ ଖେପୁପୁରା ଦେଇ ଅତିକ୍ରମ କରିବ । ଏହାର ପ୍ରଭାବରେ ରାଜ୍ୟରେ ଏବେ ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି । ଆଜ ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ ୪ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ରେଡ ୱାର୍ଣ୍ଣିଂ ଜାରି କରଯାଇଛି ।