ରାଜ୍ୟର ୨୧ଜିଲ୍ଲାରେ ଆଗାମୀ ୨୪ଘଣ୍ଟା ମଧ୍ୟରେ କାଳବୈଶାଖୀ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୨/୦୮: ରାଜ୍ୟରେ କିଛି ଜିଲ୍ଲାରେ ଏବେ ବର୍ଷା ଲାଗି ରହିଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉପକୂଳ, ଆଭ୍ୟନ୍ତରୀଣ, ଉତ୍ତର ଓ ପଶ୍ଚିିମ ଓଡ଼ିଶାର ୨୧ଟି ଜିଲ୍ଲାରେ କାଳବେଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହିିିଛି । ୫ଟି ଜିଲ୍ଲାରେ ପ୍ରବଳ ବର୍ଷାର ଆଶଙ୍କା ରହିଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୨୧ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହିଛି। ରାଜ୍ୟର ମୟୂରଭଞ୍ଜ, କେନ୍ଦୁଝର, ଢ଼େଙ୍କାନାଳ, ଅନୁଗୁଳ, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ବୌଦ୍ଧ, ସୋନପୁର, ବରଗଡ଼, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ପ୍ରଭୃତି ୨୧ ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି।