ରାଜ୍ୟରେ ଦୁଇ ଦିନ ବିଭିନ୍ନ ସ୍ଥାନରେ ଘଡଘଡି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର୨୫/୦୮: ରାଜ୍ୟରେ ଏବେ ବିଭିନ୍ନ ସ୍ଥାନରେ ମେଘୁଆ ପାଗ ରହିଛି । କିଛି ସ୍ଥାନରେ ବର୍ଷା ହେଉଛିି । ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଦୁଇ ଦିନ ବିଭିନ୍ନ ସ୍ଥାନରେ ଘଡଘଡି ସହ ବର୍ଷା ହୋଇପାରେ । କିଛି ଜିଲ୍ଲାକୁ ଏଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭଦ୍ରକ, ବାଲେଶ୍ୱର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ ଆଦି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ରାଜ୍ୟରେ ମୌସୁମୀ ବିଶେଷ ଭାବେ ସକ୍ରିୟ ନଥିବାରୁ ୨୬ ତାରିଖ ପରେ ପାଗ ଶୁଖିଲା ରହିପାରେ ।