୪୮ ଘଣ୍ଟାରେ ସୃଷ୍ଟି ହୋଇପାରେ ଲଘୁଚାପ, ଏହିଁ ସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩/୦୯: ଆଜି ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ । ଆଜି ୨୪ ଜିଲ୍ଲା ପାଇଁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ଆଜି ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ଅନୁଗୁଳ, ବୌଦ୍ଧ ଓ କନ୍ଧମାଳରେ ପ୍ରବଳ ବର୍ଷା ହୋଇପାରେ । ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କଟକ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ସୁନ୍ଦରଗଡ଼, ବରଗଡ଼ ଓ ସୋନପୁରରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏସବୁ ଜିଲ୍ଲାରେ ୭୦ରୁ ୧୧୦ ମିଲିମିଟର ଯାଏ ବର୍ଷା ହୋଇପାରେ ।