ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା, ୫ଦିନ ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୧/୦୯: ଆଜି ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୭୨ ଘଣ୍ଟା ମଧ୍ୟରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।ଆସନ୍ତା ୫ ଦିନ ମଧ୍ୟରେ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ଆସନ୍ତା ଦୁଇ ଦିନ ମଧ୍ୟରେ ବଜ୍ରପାତ ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି।

ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା, ଗଜପତି ଜିଲ୍ଲାର ଅଧିକାଂଶ ସ୍ଥାନରେ ଏବଂ ଓଡ଼ିଶାର ବାକି ଜିଲ୍ଲାଗୁଡ଼ିକର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି।ଏହି ସମୟ ମଧ୍ୟରେ ବଲାଙ୍ଗୀର, ସୋନପୁର, ନୂଆପଡ଼ା, ବୌଦ୍ଧ, କଳାହାଣ୍ଡି, ନବରଙ୍ଗପୁର, କନ୍ଧମାଳ, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ରାୟଗଡ଼ା, ଖୋର୍ଦ୍ଧା, ପୁରୀ, ନୟାଗଡ଼, କଟକ, ଜଗତସିଂହପୁର, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ ଓ ଢେଙ୍କାନାଳ ଜିଲ୍ଲାର କେତେକ ସ୍ଥାନରେ ବଜ୍ରପାତ ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି।