ସୃଷ୍ଟି ହେଲା ଲଘୁଚାପ, ରାଜ୍ୟରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୩/୦୯: ଲଘୁଚାପ ରୂପ ନେଲା ଉତର- ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଦକ୍ଷିଣ ଓଡ଼ିଶା, ଉତର ଆନ୍ଧ୍ର ଓ ଛତିଶଗଡ଼ରେ ପ୍ରବଳ ବର୍ଷା ଆଶଙ୍କା ରହିଛି ।ସେହିପରି ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବ । ଆଜି ପାଇଁ ପାଣିପାଗ ବିଭାଗ ରେଡ୍ ୱାର୍ଣ୍ଣିଂ ଜାରି କରିଛି । କଟକ, ଢେଙ୍କାନାଳ, ଅନୁଗୁଳ, ନୟାଗଡ଼, ବୌଦ୍ଧ, ସୋନପୁର, କନ୍ଧମାଳ ଓ ଗଞ୍ଜାମ ଜିଲ୍ଲାରେ ଅତି ପ୍ରବଳ ବର୍ଷା ହୋଇପାରେ । ସେହିପରି ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଜପତି, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ବରଗଡ଼ ଓ ସମ୍ବଲପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏସବୁ ଜିଲ୍ଲାର ବିଭିନ୍ନ ସ୍ଥାନରେ ୭୦ରୁ ୨୦୦ ମିଲିମିଟର ବର୍ଷା ହେବାର ଆଶଙ୍କା ରହିଛି ।