ରାଜ୍ୟରେ ୧୮ରୁ ପୁଣି ନିର୍ଦ୍ଧୁମ ଛେଚିବ !

ଭୁବନେଶ୍ୱର,୧୬/୦୯: ରାଜ୍ୟରେ ଏବେ ମୌସୁମୀ ଓ ଲଘୁଚାପ ଜନିତ ବର୍ଷା ଲାଗି ରହିଛି। ହେଲେ ଆଜି ୧୮ରୁ ପୁଣି ବର୍ଷାର ପରିମାଣ ବଢ଼ିବ। ୨୦ ତାରିଖରୁ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି।

୧୮ ତାରିଖରେ ଅନୁଗୋଳ, ବୌଦ୍ଧ, କନ୍ଧମାଳ, ଗଞ୍ଜାମ, ନୟାଗଡ଼ ଓ ଖୋର୍ଦ୍ଧା ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ଏଥିସହ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ, ଯାଜପୁର, ଅନୁଗୋଳ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, ଗଜପତି, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ବର୍ଷା ଘଡ଼ଘଡ଼ି ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।