ଗଣେଶ ପୂଜାରେ ଭିଜିବ ଅଧା ଓଡିଶା, ଜାଣନ୍ତୁ କେଉଁ ଜିଲ୍ଲାରେ ପ୍ରବଳ ବର୍ଷିବ!

ଭୁବନେଶ୍ୱର,୧୯/୦୯: ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି । ଆଜି ଗଣେଶ ପୂଜାରେ ୧୫ରୁଅଧିକ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ଆଜି ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ, ସମ୍ବଲପୁର, ସୋନପୁର, କନ୍ଧମାଳ, କେନ୍ଦ୍ରାପଡ଼ା, ସୁନ୍ଦରଗଡ଼ ଓ ଦେବଗଡ଼ ଜିଲ୍ଲାର କେତକ ଅଞ୍ଚଳରେ ପ୍ରବଳ ବର୍ଷା ହେବ । ତେବେ ଆସନ୍ତାକାଲି ଲଘୁଚାପ ସୃଷ୍ଟି ହେଉଥିବାରୁ ୨୦ ଏବଂ ୨୧ ତାରିଖ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।