ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା, ୭ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର,୨୦/୦୯: ସକ୍ରିୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ଆଜି ରାଜ୍ୟର ନୂଆପଡ଼ା, ବରଗଡ଼, ବଲାଙ୍ଗୀର, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼ ଓ ଦେବଗଡ଼ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଣୁ ଏହି ୭ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସେହିଭଳି ମୟୂରଭଞ୍ଜ, କେନ୍ଦୁଝର, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ବୌଦ୍ଧ, ସୁବର୍ଣ୍ଣପୁର ଓ ଅନୁଗୁଳ ଜିଲ୍ଲାର କେତେକାଂଶରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହୁଛି । ଏଣୁ ଏହି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ସମୟ ଅବଧି ମଧ୍ୟରେ ରାଜ୍ୟରେ ୨ ଜିଲ୍ଲା ଯଥା ଝାରସୁଗୁଡ଼ା ବୌଦ୍ଧରେ ସର୍ବାଧିକ ଓ ୩ ଜିଲ୍ଲା ଯଥା ନବରଙ୍ଗପୁର, କଳାହାଣ୍ଡି ଓ କେନ୍ଦ୍ରାପଡ଼ାରେ ନିଅଣ୍ଟିଆ ବର୍ଷା ରହିଛି ।