ଆସନ୍ତା ୨୯ତାରିଖରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା !

ଭୁବନେଶ୍ୱର,୨୩/୦୯: ଆସନ୍ତା ୨୯ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗର ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ୨୪ଘଣ୍ଟାରେ ଅଧିକ ଘନୀଭୂତ ହୋଇ ଲଘୁଚାପର ରୂପ ନେବ । ପୂର୍ବ- କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।ତେବେ ଏହା ବାତ୍ୟାର ରୂପ ନେବ କି ନାହିଁ ଭାରତୀୟ ପାଣିପାଗ ବିଭାଗ ସ୍ପଷ୍ଟ କରିନାହିଁ । ବାତ୍ୟା ହେବା ନେଇ କିଛି ଅନ୍ତର୍ଜାତୀୟ ପାଣିପାଗ ସଂସ୍ଥା ଆକଳନ କରିଥିଲେ । ତେବେ ଏପର୍ଯ୍ୟନ୍ତ ସେମିତି କୌଣସି ଆକଳନ ହୋଇନଥିବା କହିଥିଲେ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର  ।