ଆସନ୍ତା ୧୯ ବେଳକୁ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ !

ଭୁବନେଶ୍ୱର,୧୩/୧୦: ଆହୁରି ସପ୍ତାହେ ଯାଏଁ ଏମିତି ଗୁଳୁଗୁଳି ସହ ଅନୁଭୂତ ହେବ ଅସହ୍ୟ ତାତି । ୧୯ କିମ୍ବା ୨୦ ତାରିଖ ବେଳକୁ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ । ବଙ୍ଗୋପସାଗର ଓ ଆରବସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ଗରମର ପ୍ରକୋପ କମିବ । ହେଲେ ଦଶହରା ପୂଜା ବେଳକୁ ବର୍ଷା ଆଶଙ୍କା କମ୍ ରହିଛି । ମିଳିଥିବା ସୂଚନା ମୁତାବକ ଏବେ  ଅନେକ ସହରର ତାପମାତ୍ରା ୩୫ ଡିଗ୍ରୀ ଉପରେ ରହୁଛି । ଅ‌ଳ୍ପବହୁତ ଏହି ଭଳି ତାତି ଜାରି ରହିବ ଓ ଦୁର୍ଗାପୂଜା ଆଡ଼କୁ ପାଗ‌ ପରିବର୍ତ୍ତନ ହୋଇପାରେ ବୋଲି ଆକଳନ କରିଛି ପାଣିପାଗ ବିଭାଗ।

ଅକ୍ଟୋବର ୧୦ରୁ ୧୫ ତାରିଖ ଭିତରେ ଓଡ଼ିଶାରୁ ମୌସୁମୀ ଫେରିଯାଏ । ଏହାପରେ ରାଜ୍ୟକୁ ଉତ୍ତର-ପୂର୍ବ ମୌସୁମୀ ବାୟୁ ପ୍ରବାହିତ ହୋଇଥାଏ । କିନ୍ତୁ ଏବେ ଉତ୍ତର-ପୂର୍ବ ବଦଳରେ ଉତ୍ତର-ପଶ୍ଚିମରୁ ପବନ ଓଡ଼ିଶାକୁ ବହୁଛି।