ଭୁବନେଶ୍ୱର,୧୭/୧୦: ଦକ୍ଷିଣ- ପୂର୍ବ ବଙ୍ଗୋପସାଗର ଓ ତା’ର ପାଶ୍ୱର୍ତ୍ତୀ ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ୨୦ ଅକ୍ଟୋବର ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।ଏହାର ପ୍ରଭାବରେ ଆସନ୍ତା ୩୬ ଘଣ୍ଟା ମଧ୍ୟରେ ଦକ୍ଷିଣ ପୂର୍ବ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ଆରବ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ସମୟରେ ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଅକ୍ଟୋବର ୨୧ ତାରିଖ ବେଳକୁ କେନ୍ଦ୍ରୀୟ ଆରବ ସାଗରରେ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି।ଦକ୍ଷିଣ ପୂର୍ବ ବଙ୍ଗୋପସାଗର ସୃଷ୍ଟି ହେବାକୁ ଥିବା ସମ୍ଭାବ୍ୟ ଲଘୁଚାପର ଚିତ୍ର ଓ ପ୍ରଭାବ ଆସନ୍ତା ଦୁଇଦିନ ମଧ୍ୟରେ ସ୍ପଷ୍ଟ ହେବ ବୋଲି କହିଛି ଭାରତୀୟ ପାଣିପାଗ ବିଭାଗ।