ଆସନ୍ତା ୪୮ ଘଣ୍ଟାରେ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ !

ଭୁବନେଶ୍ୱର,୧୯/୧୦: ଦଶହରାରେ ବର୍ଷାରେ ଭିଯିବି ଓଡିଶା ! ଆସନ୍ତା ୪୮ ଘଣ୍ଟାରେ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ । ପରବର୍ତ୍ତୀ ସମୟରେ ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି । ଏନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ଆସନ୍ତା ୨୦ରୁ ୨୨ ତାରିଖ ପର୍ଯ୍ୟନ୍ତ ପାଗ ମୁଖ୍ୟତଃ ଶୁଖିଲା ରହିବ । ୨୩ ଓ ୨୪ ତାରିଖରେ ଗଞ୍ଜାମରୁ ବାଲେଶ୍ବର ଉପକୂଳ ପର୍ଯ୍ୟନ୍ତ ଅଧିକାଂଶ ଅଞ୍ଚଳରେ ହାଲୁକା ବର୍ଷା ହୋଇପାରେ । ୫ ଦିନ ଯାଏ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ । ସୁନ୍ଦରଗଡ଼, ଝାରସୁଗୁଡ଼ା, ପୁରୀ, ଗଜପତି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ମଧ୍ୟ ହାଲୁକା ବର୍ଷା ହୋଇଛି ।