ରାଜ୍ୟର ବିଭିନ୍ନ ସ୍ଥାନରେ କୋହଲା ପାଗ ସାଙ୍ଗକୁ ହାଲୁକା ବର୍ଷା ଜାରି

ଭୁବନେଶ୍ୱର,୨୪/୦୧:ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ କୋହଲା ପାଗ ସାଙ୍ଗକୁ ହାଲୁକା ବର୍ଷା ଲାଗି ରହିଛି । ଟୁଇନ ସିଟି ଭୁବନେଶ୍ୱର ଓ କଟକରେ  ବର୍ଷା ହୋଇଛି।  କାଲୁଆ ପବନ ସାଙ୍ଗକୁ ବର୍ଷା ପରେ ଥଣ୍ଡା ବଢିଯାଇଛି । ଉତ୍ତର ଆଭ୍ୟନ୍ତରୀଣ ଓଡିଶାର ଝାରସୁଗୁଡା, ସମ୍ବଲପୁର, ବରଗଡ, ସୋନପୁର, ବଲାଙ୍ଗିର ଜିଲ୍ଲାର କିଛି ଅଞ୍ଚଳରେ ହାଲୁକା ବର୍ଷା ଜାରି ରହିଛି । ଆସନ୍ତାକାଲି ଯାଏଁ ମଧ୍ୟ ଏପରି ସ୍ଥିତି ଜାରି ରହିବ। ଫଳରେ ରାତିର ତାପମାତ୍ରା ଖସିବ । ଆସନ୍ତା ୨୪ ଘଂଟା ପରେ ପରବର୍ତ୍ତୀ ୩ ଦିନ ମଧ୍ୟରେ ୨ରୁ ୩ଡିଗ୍ରୀ ଯାଏଁ ରାତିର ତାପମାତ୍ରା ଖସିବ ବୋଲି ସୂଚନା ଦେଇଛି ଆଂଚଳିକ ପାଣିପାଗ କେନ୍ଦ୍ର ।