ରାଜ୍ୟରେ ଏହି ସବୁ ଜିଲ୍ଲାରେ ଦୁଇଦିନ ବର୍ଷା ସମ୍ଭାବନା!

ଭୁବନେଶ୍ୱର,୧୦/୦୨: କିଛି ଦିନ ପରେ ପୁୁଣି ରାଜ୍ୟରେ ଶୀତ ଲହରୀ। ସୁନ୍ଦରଗଡ କୋରେଇରେ ସର୍ବନିମ୍ନ ୬. ୭ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । ତେବେ ୩ ଦିନ ପରେ ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବଢିବା ନେଇ ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଏହାସହ ଆସନ୍ତାକାଲି ଓ ସୋମବାର ଦିନ ବିଭିନ୍ନ ସ୍ଥାନରେ ସଳ୍ପରୁ ମଧ୍ୟମ ଧରଣର ବର୍ଷା ଆଶଙ୍କା ରହିଛି ।

ଅନ୍ୟପଟେ ୧୧ ତାରିଖରେ ୧୩ଟି ଜିଲ୍ଲା ଓ ୧୨ ତାରିଖରେ ୯ଟି ଜିଲ୍ଲାରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ ବିଭାଗ । ୧୧ ତାରିଖରେ ନୂଆପଡା, ବଲାଙ୍ଗୀର, ବରଗଡ, ଝାରସୁଗୁଡା, ସୋନପୁର, ସମ୍ବଲପୁର, ସୁନ୍ଦରଗଡ, ଦେବଗଡ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ମୟୂରଭଂଜ ଓ ବୌଦ୍ଧ ଜିଲ୍ଲାର କେତେକ ସ୍ଥାନରେ ବର୍ଷା ହେବାର ଆଶଙ୍କା କରାଯାଉଛି । ସେହିଭଳି ୧୨ରେ ଢେଙ୍କାନାଳ, କଟକ, ବୌଦ୍ଧ, ଅନୁଗୁଳ, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର, ମୟୂରଭଂଜ ଓ କେନ୍ଦ୍ରାପଡାରେ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।